ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦିନକରେ ୧୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଆକ୍ରାନ୍ତଂକର ମୃତ୍ୟୁ ହୋଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୯୮ ଓ ସ୍ଥାନୀୟ ସଂକ୍ରମିତ ୭୨ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୨୪ ଜଣ ରହିଥିବା ଜଣାଯାଇଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୯୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନ ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ବାଲେଶ୍ୱରରୁ ୧୧, ବରଗଡ ୨, ଭଦ୍ରକ ୪, ବଲାଙ୍ଗିର ୩, କଟକ ୧୯ ଏବଂ ଦେବଗଡରୁ ଜଣେ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳରେ ୧, ଗଜପତି ୧, ଗଞ୍ଜାମ ୩, ଜଗତସିଂହପୁର ୭, ଯାଜପୁର ୮, ଝାରସୁଗୁଡା ୧, କେନ୍ଦ୍ରାପଡା ୧୧ ଓ କେନ୍ଦୁଝରରୁ ୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରେ ୬୧, ମୟୁରଭଞ୍ଜ ୩, ପୁରୀ ୧, ସମ୍ବଲପୁର ୯, ସୋନପୁର ୩, ସୁନ୍ଦରଗଡ ୫ ଓ ଷ୍ଟେଟପୁଲରୁ ୧୪ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୪୪୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂପ୍ରତି ରାଜ୍ୟରେ ୩୬୫୧ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି । ଆଜିର ୩ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..