Report Card Odisha

| Daily Odia News

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୦୮ କରୋନା ପଜିଟିଭ୍ ଚିହ୍ନଟ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ। ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୩ ଜଣ ପଜିଟିଭ ରହିଛନ୍ତି ।ଆଜିର ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୧୫୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ରୁ ୩, ବରଗଡ଼ ଜଣେ, ଭଦ୍ରକ ଜଣେ, ବୌଦ୍ଧ ରୁ ଜଣେ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୨୩ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି |

 

Breaking News