Report Card Odisha

| Daily Odia News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୫ କୋଭିଡ ଆକ୍ରାନ୍ତ ଚିହ୍ନଟ,୨ ମୃତ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୫ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୫୨ ଏବଂ ସ୍ଥାନୀୟ ସଂକ୍ରମିତ ୧୦୩ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୫୪ ଜଣ ସଂକ୍ରମିତ ରହିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନାରୁ ଜଣାଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୭୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ୧୪, ଭଦ୍ରକ ୨, ବଲାଙ୍ଗିର ୨, କଟକ ୧୨, ଢେଙ୍କାନାଳ ୨, ଗଜପତି ୨, ଗଞ୍ଜାମ ୨, ଜଗତସିଂହପୁର ୧, ଯାଜପୁର ୧୬ ଓ ଝାରସୁଗୁଡାରୁ ୨ ଜଣ ରହିଛନ୍ତି । ସେହିଭଳି କେନ୍ଦ୍ରାପଡା ୪, କେନ୍ଦୁଝର ୧, ଖୋର୍ଦ୍ଧା ୧୦୬, ମୟୁରଭଞ୍ଜ ୨୨, ନୟାଗଡ ୧, ପୁରୀ ୪, ସମ୍ବଲପୁର ୧୯, ସୁନ୍ଦରଗଡ ୧୮ ଓ ଷ୍ଟେଟପୁଲରୁ ୨୫ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୨୧୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂପ୍ରତି ରାଜ୍ୟରେ ୨୧୪୨ ଜଣ ସକ୍ରିୟ କରୋନା ସଂକ୍ରମିତ ରହିଥିବା ଜଣାଯାଇଛି । ସେହିପରି ଆଜିର ୨ ମୃତକଙ୍କ ମଧ୍ୟରେ କଟକ ଓ ଖୋର୍ଦ୍ଧା ଜିଲାର ଜଣେ ଲେଖାଏଁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

 

Breaking News