ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଆକ୍ରାନ୍ତଂକର ମୃତ୍ୟୁ ହୋଇଛି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷ ର ୩୪ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ୧୦୭ ରହିଛି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ୨୧୯ ଆକ୍ରାନ୍ତ । ରାଜ୍ୟରେ ମୋଟ ଆକ୍ଟିଭ କେସ ରହିଛି୧ହଜାର ୮୯୪। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୦,୫୨,୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୨୪୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୮୨୯୬୩୪ସାମ୍ପୁଲ ଟେଷ୍ଟ୍ ହୋଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ସେହିପରି ୨ ମୃତକଙ୍କ ମଧ୍ୟରେ ରହିଛନ୍ତି ଖୋର୍ଦ୍ଧା ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ । ଆଜିର ଦୁଇ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮, ୪୪୪ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି






More Stories
ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ବଡ଼ ଘୋଷଣା…..
ବଙ୍ଗାଳୀ ଶ୍ରମିକଙ୍କୁ ହତ୍ୟା ,୬ ଗିରଫ…..
ଜଳିଗଲା ବସ୍,୧୦ ମୃତ……