Report Card Odisha

| Daily Odia News

ରାଜ୍ୟରେ ପୁଣି ବଢ଼ିଲା କରୋନା ସଂକ୍ରମଣ,୧୮୯୭ ପଜିଟିଭ ଚିହ୍ନଟ,ଜଣେ ମୃତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ପୁଣି କରୋନା ସଂକ୍ରମଣ ମୁଣ୍ଡ ଟେକିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ଆଉ ୧୮ଶହ ୯୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧୧୦୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୭୯୧ ଜଣ ରହିଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨୫୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୫୯ହଜାର ୭୭୩କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୬୬୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୨୬୨ ଓ କଟକରୁ ୧୪୮ ଏବଂ ସମ୍ବଲପୁରରୁ ୧୨୫, ବାଲେଶ୍ୱରରୁ ୧୦୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଷ୍ଟେଟପୁଲରୁ ୧୫୮, ଝାରସୁଗୁଡ଼ା ୬୬, ପୁରୀରୁ ୫୪, ମୟୂରଭଞ୍ଜରୁ ୪୦, ଗଞ୍ଜାମରୁ ୩୪, ଯାଜପୁରରୁ ୩୦, କେନ୍ଦୁଝରରୁ ୩୧ ବରଗଡ଼ ଓ ଦେଗଡ଼ରୁ ୧୬ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଜଗତସିଂହପୁରରୁ ୧୯, କୋରାପୁଟରୁ ୧୫, କଳାହାଣ୍ଡି ଓ ନୟାଗଡ଼ରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୋନପୁରରୁ ୧୩, ନୂଆପଡ଼ାରୁ ୧୨. ଭଦ୍ରକ ୭, ରାୟଗଡ଼ା ୭, ବଲାଙ୍ଗୀର ୬ ଢେଙ୍କାନାଳ ୪, ଅନୁଗୁଳରୁ ୩ ବୌଦ୍ଧରୁ ୩, ଗଜପତି୨, କେନ୍ଦ୍ରାପଡ଼ାରୁ ୨, କନ୍ଧମାଳ ଓ ମାଲକାନଗିରିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଉଛନ୍ତି ।ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ସେହିପରି ଆଜି ରାଜ୍ୟରୁ ଜଣେ କରୋନା ଆକ୍ରାନ୍ତଂକର ମୃତ୍ୟୁ ହୋଇଛି | ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୬୭କୁ ବୃଦ୍ଧି ପାଇଛି | ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡିଛି ।

 

Breaking News