ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟରେ ୪ ହଜାର ୩୩୯ କରୋନା ସଂକ୍ରମିତ ଚିହ୍ନଟ । ଏହା ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୪୭୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୮୬୪ ରହିଛି । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୫୬ ହଜାର ୧୨୧ରେ ପହଞ୍ଚିଛି । ତେବେ ଅନୁଗୁଳରୁ ୨୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୯୬, ବରଗଡ଼ରୁ ୬୮, ଭଦ୍ରକ- ୨୦୯, ବଲାଙ୍ଗିର- ୫୩, ବୌଦ୍ଧ- ୫୪, କଟକ- ୪୮୦, ଦେବଗଡ଼- ୨୬, ଢେଙ୍କାନାଳ- ୧୪୪, ଗଜପତି- ୩୬, ଗଂଜାମ- ୨୯, ଜଗତସିଂହପୁର- ୧୪୩, ଯାଜପୁର- ୨୦୭, ଝାରସୁଗୁଡ଼ା- ୧୩, କଳାହାଣ୍ଡି -୬୨, କନ୍ଧମାଳ- ୬୨, କେନ୍ଦ୍ରାପଡ଼ା- ୧୮୧, କେନ୍ଦୁଝର- ୯୬, ଖୋର୍ଦ୍ଧା- ୭୦୦, କୋରାପୁଟ- ୬୫, ମାଲକାନଗିରି- ୫୦, ମୟୂରଭଂଜ- ୧୫୮, ନବରଙ୍ଗପୁର- ୭୮, ନୟାଗଡ଼- ୧୪୯, ନୂଆପଡ଼ା- ୧୪, ପୁରୀ- ୨୫୫, ରାୟଗଡ଼ା- ୬୪, ସମ୍ବଲପୁର- ୫୪, ସୁବର୍ଣ୍ଣପୁର- ୮୪ ଓ ସୁନ୍ଦରଗଡ଼- ୧୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି ଷ୍ଟେଟପୁଲରୁ ୧୦୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ୬୮,୫୩୫ ସାମ୍ପଲ ଟେଷ୍ଟ କରାଯାଇଛି ।
More Stories
କୁଖ୍ୟାତ ଅପରାଧୀଙ୍କୁ ତଡିପାର କରାଯିବ…..
ଗୋପାଳପୁର ବନ୍ଦ ଗଲା ଆଦାନୀ ଗ୍ରୁପକୁ…..
ଝିଅକୁ ମିଳିବ ଚାକିରି:କ୍ୟାବିନେଟ ନିଷ୍ପତ୍ତି….