ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସ୍ଥିତି ବେକାବୁ ହେବାରେ ଲାଗିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ପରେ ସଂକ୍ରମଣ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ୩ ଲକ୍ଷ ୩୨ ହଜାରରୁ ୭୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୨୬୩ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୨୬୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୬୨ ଲକ୍ଷ ୬୩ହଜାର ୬୯୫ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୮୬ ହଜାର ୯୨୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୩୬ ଲକ୍ଷ ୪୮ ହଜାର ୧୫୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୪୨୮୬୧୬।






More Stories
ରନ୍ଓ୍ବେରେ ପିଟିହେଲା ବିମାନ…..
ପୁଲୱାମା ଆକ୍ରମଣର ମାଷ୍ଟର ମାଇଣ୍ଡକୁ ହତ୍ୟା……
ମୋଦୀ ଡାକିଲେ ଜରୁରୀ ବୈଠକ…..