ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ମହାମାରୀ କରୋନାର ଦ୍ୱିତୀୟ ଲହର ସଂକ୍ରମଣ କ୍ଷିପ୍ରଗତିରେ ମାଡିଚାଲିଛି। ଗତ ୧୪ ଘଣ୍ଟା ମଧ୍ୟରେ ଦେଶର ସୁପ୍ରିମକୋର୍ଟର ୫୦%ରୁ ଅଧିକ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାଯାଇଛି। ସଂକ୍ରମିତ କର୍ମଚାରୀଙ୍କୁ ଗୃହାବଦ୍ଧ ରହିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତ ସର୍ବୋଚ୍ଚ ଅଦାଲତର ସମସ୍ତ କୋର୍ଟ ରୁମ୍ ଏବଂ ସମୁଦାୟ ପରିସରକୁ ସାନିଟାଇଜ କରାଯିବା ପ୍ରକ୍ରିୟା ଆରମ୍ଭ ହୋଇଛି । ଇତିମଧ୍ୟରେ ସୁପ୍ରିମକୋର୍ଟର ସମସ୍ତ ବିଚାରପତି ସେମାନଙ୍କ ଘରେ ଥାଇ ଭିଡିଓ କନଫରେନ୍ସିଂ ଜରିଆରେ ମାମଲାଗୁଡିକର ବିଚାର କରିବେ ବୋଲି ସର୍ବୋଚ୍ଚ ଅଦାଲତଙ୍କ ପକ୍ଷରୁ କୁହାଯାଇଥିବା ନେଇ ସୂଚନା ମିଳିଛି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..