Report Card Odisha

| Daily Odia News

ଦେଶରେ କରୋନା ସ୍ଥିତି ଭୟଙ୍କର, ୨୪ ଘଣ୍ଟାରେ ୮୧,୪୬୬ କରୋନା ସଂକ୍ରମିତ ଚିହ୍ନଟ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି । ଦୈନିକ ହୁହୁ ହୋଇ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୧ହଜାର ୪୬୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୬୯ଜଣଙ୍କ ମୃତ୍ୟୁ ହୋଇଛି । ୬ ମାସ ଭିତରେ ଦେଶରେ ସବୁଠାରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟାକ ୪୬୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୩ ଲକ୍ଷ ୦୩ ହଜାର ୧୩୧ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୩ ହଜାର ୩୯୬ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୧୫ ଲକ୍ଷ ୨୫ ହଜାର ୦୩୯କୁ ଅଧିକ ହୋଇଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୬୧୪୬୯୬ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୮୭୮୯୧୩୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି |

Breaking News