ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ, ମୃତ୍ୟୁ ସଂଖ୍ୟା ବଢିଚାଲିଛି । ଆଜି ଦୈନିକ ସଂକ୍ରମଣ ୨,୫୯,୧୭୦ ଚିହ୍ନଟ ହୋଇଛନ୍ତି | ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୦ ଲକ୍ଷ ୬୧ ହଜାର ୯୧୯ରେ ପହଞ୍ଚିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଦେଶରେ ୧୭୬୧ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି। ନୂତନ ମୃତକଙ୍କୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୦ ହଜାର ୫୩୦ରେ ପହଞ୍ଚିଛି। ତ ୨୪ ଘଣ୍ଟା ମଧ୍ୟରେ ଆରୋଗ୍ୟ ଲାଭ କରିଛନ୍ତି ୧ ଲକ୍ଷ ୫୪ ହଜାର ୭୬୧ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୨୦ ଲକ୍ଷ ୩୧ ହଜାର ୯୭୭ ଜଣ। ଏବେ ସୁଦ୍ଧା ସମଗ୍ର ଦେଶରେ ଟିକା ନେଇ ସାରିଲେଣି ୧୨ କୋଟି ୭୧ ଲକ୍ଷ ୨୯ ହଜାର ୧୧୩ ଜଣ।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ସାରା ରାଜ୍ୟ ଉପରେ ରହିବ ସରକାରଙ୍କ ନଜର….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..