ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ । ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୪୬ ହଜାର ୭୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୬୨୪ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୬୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୬୨୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୬୬ ଲକ୍ଷ ୧୦ହଜାର ୪୮୧ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୮୯ ହଜାର ୫୪୪ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୩୮ ଲକ୍ଷ ୬୭ ହଜାର ୯୯୭ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୫୫୨୯୪୦।






More Stories
ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ଅପଡେଟ୍ କଲା ହସ୍ପିଟାଲ….
ବଦଳିଲା NDA ସଂସଦୀୟ ଦଳର ନାମ…..
ISROର ସାଇଣ୍ଟିଷ୍ଟ ଚାକିରି ଛାଡିଲେ: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ……