Report Card Odisha

| Daily Odia News

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩ ୪୬୭୮୬ କରୋନା ସଂକ୍ରମିତ ଚିହ୍ନଟ…..

People wait in a line to enter a supermarket amidst the spread of the coronavirus disease (COVID-19) in Mumbai, India, April 4, 2021. REUTERS/Francis Mascarenhas

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ । ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୪୬ ହଜାର ୭୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୬୨୪ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୬୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୬୨୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୬୬ ଲକ୍ଷ ୧୦ହଜାର ୪୮୧ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୮୯ ହଜାର ୫୪୪ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୩୮ ଲକ୍ଷ ୬୭ ହଜାର ୯୯୭ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୫୫୨୯୪୦।

Breaking News