ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନାର ଦ୍ୱିତୀୟ ଲହର ତାଣ୍ଡବ କରୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ୩ ଲକ୍ଷ ୬୮ ହଜାର ୧୪୭ ନୂଆ କରୋନା ସ୍ରଂକମିତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କାରଣ ପଜିଟିଭ ସଂଖ୍ୟା ୧,୯୯,୨୫,୬୦୪କୁ ବୃଦ୍ଧି ପାଇଛି। ସେହିପରି ଦେଶର ୩,୪୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି | ଏହି ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୧୮,୯୫୯ରେ ପହଞ୍ଚିଛି। ଦିନକରେ ୩,୦୦,୭୩୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୬,୨୯,୩୦୦୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୪,୧୩,୬୪୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
More Stories
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..
ଫାସ୍ଟ୍ୟାଗ୍ ନ ଲଗାଇଲେ ହେବେ କଳାତାଲିକାଭୁକ୍ତ….
ୟୁକ୍ରେନ ଉପରେ ରୁଷର ୭୦୦ ଡ୍ରୋନ ମାଡ଼…..