ରିପୋର୍ଟ କାର୍ଡ / ମାହାଙ୍ଗା
ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କୁ ସମନ ଜାରି କରିଛନ୍ତି ସାଲେପୁର ଜେଏମ୍ଏଫ୍ସି କୋର୍ଟ। ସ୍ପେଶାଲ ମେସେଞ୍ଜର ଜରିଆରେ କୋର୍ଟ ତାଙ୍କ ପାଖକୁ ସମନ ପଠାଇ ଅକ୍ଟୋବର ୩୧ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତାପ ଜେନା ଙ୍କ ନାଁରେ ମାମଲା ଚାଲୁ ରଖିବାକୁ ଗତମାସରେ ନିର୍ଦ୍ଦେଶ ଦେଇଥିଲେ ସାଲେପୁର ଜେଏମ୍ଏଫସି କୋର୍ଟ। କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ପ୍ରତାପଙ୍କ ବିରୋଧରେ ହତ୍ୟା, ହତ୍ୟା ଷଡ଼ଯନ୍ତ୍ର ଓ ଧମକ ଦଫାରେ ମାମଲା ଚାଲୁ ରହିବ। ସେତେବେଳେ ସାଲେପୁର ଜେଏମ୍ଏଫସି କୋର୍ଟ ଯେଉଁ ନିର୍ଦ୍ଦେଶ ଦେଇଥିଲେ, ସେଥିରେ ସ୍ପଷ୍ଟ ଭାବେ କହିଥିଲେ ଯେ ଅଭିଯୋଗକାରୀ ଓ ସାକ୍ଷୀମାନଙ୍କର ବୟାନ ଏବଂ ବିଭିନ୍ନ ରେକର୍ଡପତ୍ର ଗୁଡ଼ିକୁ ଦେଖିଲେ ଆପାତତଃ ପ୍ରତାପ ଜେନାଙ୍କ ବିରୋଧରେ ପ୍ରମାଣଯୋଗ୍ୟ ତଥ୍ୟ ରହିଛି।






More Stories
ମା’ର ହତ୍ୟା ଦେଖିଦେବାରୁ ଭାଣିଜୀକୁ ମାରିଦେଲେ…..
ମା’କୁ ଜାଳିଦେଲେ ପୁଅ…..
KIIT ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର,ଦୋଷୀକୁ କ୍ଷମା ନାହିଁ……