ରିପୋର୍ଟ କାର୍ଡ / କଟକ
୦୫ /୦୩ / ୨୦୨୧
କାର୍ଯ୍ୟ ଦିବସ ଥିବା ସମସ୍ତ ଶନିବାର ଦିନ ଉଚ୍ଚ ନ୍ୟାୟାଳୟ ଓ ଏହାର କାର୍ଯ୍ୟାଳୟ ବନ୍ଦ ରହିବ । ଏ ନେଇ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜାନୁଆରି ୨୯ରେ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ଜାରି କରିଥିବା ବିଜ୍ଞପ୍ତି ଆଧାରରେ ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଏପରି ସବୁ କାର୍ଯ୍ୟ ଦିବସ ଥିବା ଶନିବାର ଉଚ୍ଚ ନ୍ୟାୟାଳୟ ବନ୍ଦ ରହିବ। ସେହିଭଳି ଭାବେ କାର୍ଯ୍ୟଦିବସ ଥିବା ସମସ୍ତ ଶନିବାର ଦିନ ରାଜ୍ୟର ସମସ୍ତ ସବ୍ଅର୍ଡିନେଟ୍ କୋର୍ଟ (ନିମ୍ନ ଅଦାଲତ), ଟ୍ରିବ୍ୟୁନାଲ ଓ ଏ ସଂପର୍କିତ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……