ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫,୮୭୧ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ କରୋନାଭାଇରସ୍ଜନିତ ୧୭୨ ଜଣଙ୍କର ମୃତ୍ୟୁ ହୋଇଛି । ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୪,୭୪,୬୦୫ରେ ପହଞ୍ଚିଛି। କ୍ରମାଗତ ଆଠ ଦିନ ହେବ ଦେଶରେ ସଂକ୍ରମଣସଂଖ୍ୟା ୨୦ ହଜାରରୁ ଊର୍ଦ୍ଧ୍ୱ ରହିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୭୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୯,୨୧୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୭୪୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୦,୬୩,୦୨୫। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୫୨,୩୬୪ । ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟା ୨.୦୫%।






More Stories
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..
“ଆଜି,ଭାରତ ଏକ ସ୍ଥିର ସରକାର ସହିତ ବିଶ୍ୱ ସ୍ତରରେ ପ୍ରଗତି କରୁଛି……
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……