Report Card Odisha

| Daily Odia News

ଦେଶରେ ଦ୍ରୁତ ଗତିରେ ସଂକ୍ରମଣ ବୃଦ୍ଧି ପାଉଛି କରୋନା ସଂକ୍ରମଣ, ପ୍ରଥମ ଥର ଲାଗି ରେକର୍ଡସଂଖ୍ୟକ ୬୨,୨୫୮କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ ପ୍ରଥମ ଥର ଲାଗି ରେକର୍ଡସଂଖ୍ୟକ ୬୨,୨୫୮ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | କରୋନାଭାଇରସ୍‌ଜନିତ ୨୯୧ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୯,୦୮,୯୧୦ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୨୯୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୧,୨୪୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୦,୩୮୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୨,୯୫,୦୨୩। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୫୨,୬୪୭। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୫,୮୧,୦୯,୭୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୨୬ ସୁଦ୍ଧା ସମୁଦାୟ ୨୩,୯୬,୬୯,୫୫୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୧,୬୪,୯୧୫ଟି ନମୁନା।

Breaking News