ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଳାହାଣ୍ଡି, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ, ଗଜପତି, ମାଲକାନଗିରି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୨୨୧୫ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।
More Stories
ଅନଲାଇନ୍ ଗେମ୍ ନେଲା ଜୀବନ…..
ସରକାରକୁ ବଦନାମ କରିବା ଲାଗି ମନୁଷ୍ୟକୃତ ଆଳୁ ଅଭାବ…..
କୃଷି ଏବଂ କୃଷକଙ୍କ ଉନ୍ନତି ବିନା ଦେଶର ଉନ୍ନତି ସମ୍ଭବ ନୁହେଁ….