ରିପୋର୍ଟ କାର୍ଡ / କେନ୍ଦ୍ରାପଡ଼ା
କେନ୍ଦ୍ରାପଡ଼ା ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୫୦ ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କ ଭିତରୁ ୩୦ ଜଣ ଅଧିକ ଆହତ ହୋଇଥିବା ବେଳ ୯ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଆଇସିୟୁ ରେ ରରହିଛନ୍ତି । କାହାର ସମ୍ପୂର୍ଣ୍ଣ ଶରୀର ଜଳି ଯାଇଛି ତ କାହାର ସମଗ୍ର ଶରୀର ରକ୍ତାକ୍ତ ହୋଇଯାଇଛି। ଏଥିରେ ବେଶୀ ମହିଳା ଓ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସମସ୍ତଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଭସାଣରେ ବାଣ ପ୍ରତିଯୋଗିତା ଚାଲିଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁସାରେ ଗୋଟିଏ ବାଣର ବିସ୍ଫୋରଣ ପରେ ନିଆଁ ଯାଇ ବାଣୁଆ ଷ୍ଟକ୍ ରଖିଥିବା ବାଣ ଉପରେ ପଡ଼ିଥିଲା। ତା’ପରେ ସମସ୍ତ ବାଣ ଏକାବେଳେ ଫୁଟିବାରୁ ପ୍ରଚଣ୍ଡ ଶବ୍ଦ କରିଥିଲା। ଏହା ଚାରିଆଡ଼କୁ ଛିଟିକିବାରେ ଲାଗିଥିଲା। ଫଳରେ ଭସାଣରେ ଡିଜେ ବଜାଇ ନାଚୁଥିବା, ବାଣ ଦେଖୁଥିବା ଓ ଆଖପାଖରେ ଦୋକାନ କରିଥିବା ଲୋକଙ୍କ ଉପରେ ବାଣ ନିଆଁ ପଡ଼ିଥିଲା। ଏଥିରେ ୫୦ରୁ ଧିକ ଲୋକ ଆହତ ହୋଇଥିଲେ।






More Stories
ଆଜି କାଉଣ୍ଟରରେ ଟିକଟ ବିକ୍ରି……
ସାମ୍ବାଦିକଙ୍କ ପାଇଁ ପେନସନ୍……
ବିରୋଧୀଙ୍କ ମୌନ ପ୍ରତିବାଦ……