Report Card Odisha

| Daily Odia News

ବାଲିଅନ୍ତା ହତ୍ୟା ଘଟଣାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ…..

ରିପୋର୍ଟ କାର୍ଡ / ବାଲିଅନ୍ତା

ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ଲୋକସେବା ଭବନରେ ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବାଲିଅନ୍ତାରେ ହୋଇଥିବା ଭିଡ଼ ହତ୍ୟା ଘଟଣାକୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏଭଳି ଘଟଣାର ଯେଭଳି ପୁନରାବୃତ୍ତି ନ ହୁଏ, ସେଥିପାଇଁ ପୋଲିସ ମହାନିର୍ଦ୍ଦେଶକ ସତର୍କ ଓ ସଜାଗ ରହିବା ପାଇଁ ତାଗିଦ କରିଛନ୍ତି। ରାଜ୍ୟରେ ଆଇନ ଶାସନ ପ୍ରତିଷ୍ଠା ଲାଗି ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Breaking News