ରିପୋର୍ଟ କାର୍ଡ / ଯାଜପୁର
ମହିଳାଙ୍କୁ ଟାଣିନେଇ ଖାଇଦେଲା କୁମ୍ଭୀର। ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ବରୀ ବ୍ଲକ୍ ଅନ୍ତର୍ଗତ ପାଟପୁର ଠାରେ। ମୃତ ମହିଳା ଜଣଙ୍କ ହେଲେ ଅନାମ ଚରଣ ଜେନାଙ୍କ ପତ୍ନୀ ଜୋସ୍ନା ଜେନା। ସୂଚନା ଅନୁସାରେ-ଆଜି ସକାଳେ ଜୋସ୍ନା ବିରୂପା ନଦୀକୁ ଲୁଗା ଧୋଇବାକୁ ଯାଇଥିଲେ। ଏହି ସମୟରେ ତାଙ୍କୁ କୁମ୍ଭୀର ଟାଣିନେଇଥିଲା। ଏନେଇ ଗ୍ରାମବାସୀ ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍କୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍ ପହଞ୍ଚି ଜୋସ୍ନାଙ୍କ ଖୋଜାଖୋଜି କରିଥିଲେ। କିଛି ସମୟ ଖୋଜାଖୋଜି କରିବା ପରେ ମହିଳାଙ୍କ ଖଣ୍ଡବିଖଣ୍ଡ ମୃତଦେହ ନଦୀରୁ ଉଦ୍ଧାର କରାଯାଇଛି | ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।






More Stories
ପୋଲିସ ସାମ୍ନାରେ ଯୁବକଙ୍କୁ ପିଟିପିଟି ମାରିଦେଲେ…..
ଆସୁଛି ବର୍ଷା……
ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ହତ୍ୟା…..