ରିପୋର୍ଟ କାର୍ଡ / କଟକ
କଟକରେ ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ ଘଟିଛି । ପୁରୀଘାଟ ଥାନା ନିକଟ ନର୍ସିଂହୋମର ୩ୟ ମହଲାରେ ନିଆଁ ଲାଗିଛି । ରାଧାରମଣ ହସ୍ପିଟାଲରେ ନିଆଁ ଲାଗିଥିବା ଜଣାପଡିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଅଗ୍ନିକାଣ୍ଡ ନେଇ ଖବର ପାଇବା ପରେ ଦମକଳ ବାହିନୀ ନିଆଁ ଲିଭାଇବା ପାଇଁ ଘଟଣାସ୍ଥଳରେ ପହଞ୍ଚି ଉଦ୍ୟମ ଜାରିରଖିଛି । ଆଇସିୟୁରେ ଥିବା ରୋଗୀଙ୍କୁ ଅନ୍ୟ ମେଡିକାଲକୁ ସ୍ଥାନାନ୍ତର କରାଯାଉଛି | ତେବେ କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଛି, ସେନେଇ କାରଣ ଅସ୍ପଷ୍ଟ ରହିଛି । ଧନ ଜୀବନର କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..