ରିପୋର୍ଟ କାର୍ଡ / ବାଲେଶ୍ଵର
ଆଜିଠୁ ବାଲେଶ୍ୱର ପୌରାଞ୍ଚଳରେ କର୍ଫ୍ୟୁ କୋହଳ ହୋଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆଜି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ କେବଳ ୪ ଘଣ୍ଟା ପାଇଁ ଦୋକାନ ବଜାର ଖୋଲା ରହିବ। ଏହି ସମୟ ମଧ୍ୟରେ ଲୋକେ ନିଜ ପାଇଁ ଆବଶ୍ୟକୀୟ ସାମଗ୍ରୀ କିଣିପାରିବେ। ଏଥିସହ ଲିଜ୍ ଲାଇନରେ ଇଣ୍ଟରନେଟ୍ ସେବା ଯୋଗାଇଦେବାକୁ ନିଷ୍ପତ୍ତି ହୋଇଛି।। କିନ୍ତୁ ମୋବାଇଲ୍ ନେଟୱର୍କରେ ଇଣ୍ଟରନେଟ ସୁବିଧା ମିଳିବ ନାହିଁ। ସମୀକ୍ଷା ବୈଠକରେ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, ଏସପି ସାଗରିକା ନାଥ, ଜିଲ୍ଲାପାଳ ଆଶିଷ ଠାକରେ ଓ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ।






More Stories
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବ୍ୟବସାୟୀ ଅପହରଣ ମାମଲା: ପୋଲିସ-ସାମ୍ବାଦିକ ଗିରଫ…..