Report Card Odisha

| Daily Odia News

ବାଲେଶ୍ୱରରେ ୬ ଘଣ୍ଟା ପାଇଁ କର୍ଫ୍ୟୁ କୋହଳ…..

ରିପୋର୍ଟ କାର୍ଡ / ବାଲେଶ୍ୱର

ବାଲେଶ୍ୱର ପୌରାଞ୍ଚଳରେ କୋହଳ ହୋଇଛି କର୍ଫ୍ୟୁ। ଆଜି ୬ ଘଣ୍ଟା ପାଇଁ କର୍ଫ୍ୟୁ କୋହଳ କରାଯାଇଛି। ସକାଳ ୬ଟାରୁ ଦିନ ୧୨ଟା ଯାଏ କର୍ଫ୍ୟୁ କୋହଳ ହୋଇଛି। ଏହି ସମୟରେ ଆବଶ୍ୟକ ଜିନିଷପତ୍ର କିଣାକିଣି କରିପାରିବେ ଲୋକେ। କର୍ଫ୍ୟୁ କୋହଳ ନେଇ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି ଜିଲ୍ଲାପାଳ। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି କର୍ଫ୍ୟୁ ବଳବତ୍ତର ରହିଛି। ସହରରେ ଇଣ୍ଟରନେଟ୍ ସେବା ବନ୍ଦ ରହିଛି।ଗତକାଲିଠୁ ଲିଜ୍ ଲାଇନରେ ଇଣ୍ଟରନେଟ ସେବା ଯୋଗାଇ ଦିଆଯାଉଥିଲେ ମଧ୍ୟ ମୋବାଇଲ ନେଟୱର୍କରେ ଇଣ୍ଟରନେଟ ସେବା ବନ୍ଦ ରହିଛି। ଆଗାମୀ ପରିସ୍ଥିତିକୁ ଦେଖି ଇଣ୍ଟରନେଟ ଚାଲୁ ହେବ କି ବନ୍ଦ ରହିବ ସେନେଇ ନିଷ୍ପତ୍ତି ନିଆଯିବ। ଅନ୍ୟପଟେ ଗୋଷ୍ଠୀ ସଂଘର୍ଷ ଘଟଣାରେ ଗିରଫଙ୍କ ସଂଖ୍ୟା ୪୫କୁ ବୃଦ୍ଧି ହୋଇଛି।

Breaking News