Report Card Odisha

| Daily Odia News

ବାଲେଶ୍ୱରରେ ଆଜି ମଧ୍ୟରାତ୍ର ଯାଏଁ କର୍ଫ୍ୟୁ ଜାରି…..

ରିପୋର୍ଟ କାର୍ଡ / ବାଲେଶ୍ଵର

ବାଲେଶ୍ୱର ପୌରାଞ୍ଚଳରେ ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ। ଏନେଇ ବାଲେଶ୍ୱର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଓଟି ରୋଡକୁ ସଂଯୋଗ କରୁଥିବା ସବୁ ରାସ୍ତା ବନ୍ଦ ରଖିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଏହି କର୍ଫ୍ୟୁ କାଳରେ ଜରୁରୀ ସେବା କଟକଣା ମୁକ୍ତ ଥିବାବେଳେ, ପରୀକ୍ଷାର୍ଥୀଙ୍କ ଉପରେ କଟକଣା ଲାଗୁ ହେବନି ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆବଶ୍ୟକ ନ ଥିଲେ କର୍ଫ୍ୟୁ କାଳରେ ଘରୁ ପଦାକୁ ନ ବାହାରିବାକୁ ଅପିଲ୍ କରିଛି ପୋଲିସ । ସେପଟେ ଘଟଣା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିବାବେଳେ ସ୍ଥିତି ଉପରେ ନଜର ରହିଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ। ମୁଖ୍ୟ ଶାସନ ସଚିବ ଓ ପୁଲିସ ଡିଜି ଘଟଣାର ଅନୁଧ୍ୟାନ କରୁଥିବା ସେ କହିଛନ୍ତି। ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ ବି କରାଯାଇଛି। ଉଲ୍ଲେଖ ଯୋଗ୍ୟ-ସୋମବାର ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ଅଭିଯୋଗ ହୋଇଥିଲା । ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ ।

Breaking News