ରିପୋର୍ଟ କାର୍ଡ / କଟକ
ଆଜିଠାରୁ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା। ଆଜି ସଂନ୍ଧ୍ୟାରେ ବାଲିଯାତ୍ରା ଉଦଘାଟିତ ହେବ। ପରଂପରା ଅନୁଯାୟୀ କାର୍ତ୍ତିକ ପୂର୍ଣ୍ଣମୀ ତିଥିରେ ଏହାର ଶୁଭାରମ୍ଭ ହୋଇଥାଏ।। ଚଳିତ ବର୍ଷ ବାଲିଯାତ୍ରାର ଅନ୍ୟତମ ଆକର୍ଷଣ ସାଜିବ ଫିସ୍ ଆକ୍ବାରିୟମ ଟନେଲ। ୧୪ଶହରୁ ଅଧିକ ଷ୍ଟଲ ହୋଇଥିବା ବେଳେ ଓରମାସ ପକ୍ଷରୁ ୪ଶହରୁ ଅଧିକ ଷ୍ଟଲ କରାଯାଇଛି। କଟକ-ଇନ-କଟକ ପ୍ୟାଭିଲିୟନରେ ଗାଁ ସଂସ୍କୃତି, ପରମ୍ପରା ଆଦିକୁ ସ୍ଥାନ ଦିଆଯାଇଛି। ଲୁକା କଳା ସହ ଏଲଇଡି ଲାଇଟ୍, ଲେଜର ଶୋ’ ଆଦି କରାଯାଇଛି। ଡଷ୍ଟ ଫ୍ରି ବାଲିଯାତ୍ରା ପାଇଁ ପଡିଆରେ ସ୍ୱତନ୍ତ୍ର କେମିକାଲ ବ୍ୟବହାର କରିବାକୁ ବ୍ୟବସ୍ଥା ହୋଇଛି।ସେହପରି ଭଳିକି ଭଳି ଜିନିଷ ସାଙ୍ଗକୁ ଖାଦ୍ୟପେୟ ଷ୍ଟଲ ଏହା ଭିତରେ ଭରି ରହିଛି। ସୁରକ୍ଷା ଓ ଟ୍ରାଫିକ୍ ନିୟନ୍ତ୍ରଣ ନିମନ୍ତେ ପୋଲିସ ଫୋର୍ସ ମୁତୟନ କରାଯାଇଥିବା ଜଣାପଡିଛି |






More Stories
ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬….
ଫିଟିଲା ଯାଜପୁର ଗୁଳି କାଣ୍ଡର ଗୁମର: ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର…..
ମାଆ ହତ୍ୟାର ଗୁମର ଖୋଲିଲା ପୁଅ…..