ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁର୍ଗାପୂଜା ପାଇଁ ଉତ୍ସବମୁଖର ହୋଇପଡ଼ିଛି ସାରା କଟକ ସହର | ଶୃଙ୍ଖଳାର ସହିତ ସମସ୍ତ କାର୍ଯ୍ୟ ସମାପ୍ତ କରିବା ପାଇଁ ସମଗ୍ର ସହରରେ ୧୮ ପ୍ଲାଟୁନ ଫୋର୍ସ ମୁତୟନ ହେବେ |୪ ଏଏସପି, ୧୧ ଡିଏସପି, ୨୧୬ ଅଫିସର, ୪୭୨ କନେଷ୍ଟବଲ ରହିବେ କହିଛନ୍ତି କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ସେ ଏହା ମଧ୍ୟ କହିଛନ୍ତି ଯେ ଦୁଇ ଦିନ ଧରି ନିରାଡମ୍ବର ଭସାଣି କାର୍ଯ୍ୟ ଚାଲିବ । ଭସାଣି ବେଳେ ଗାଡିରେ ମେଢ ସହ ୭ ଜଣ ଯାଇପାରିବେ । ଦୁର୍ଗାପୂଜା ସମୟରେ ରାତି ୮ଟାରୁ ସକାଳ ୫ଟା ଯାଏ କର୍ଫ୍ୟୁ କଟକଣା ରହିବ ବୋଲି ସରକାରଙ୍କ ପକ୍ଷରୁ ପୂର୍ବରୁ ଘୋଷଣା କରାଯାଇଥିଲା। ଏହାକୁ କାର୍ଯ୍ୟକାରୀ କରାଯିବା ପୂର୍ବରୁ ଆଜି ପୁଲିସ କମିସନର୍ ସୌମେନ୍ଦ୍ର ପ୍ରିୟଦର୍ଶୀ ଏକ ସାମ୍ବାଦିକ ସମ୍ମିଳନୀ କରି ବିଶୃଙ୍ଖଳା ସୃଷ୍ଟିକାରୀଙ୍କୁ ଦୃଢ଼ହସ୍ତରେ ଦମନ କରାଯିବ ବୋଲି ଚେତାବନୀ ଦେଇଛନ୍ତି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..