ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ସହ ଦକ୍ଷିଣ ଆଣ୍ଡାମାନ ସାଗର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଜଣାପଡିଛି । ଆଜି ସକାଳ ୫ଟା ୩୦ରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ତେବେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ସ୍ପଷ୍ଟ ହେବା ନେଇ ସୂଚନା ମିଳିଛି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେବ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଏହା ଗଭୀର ଅବପାତ ଓ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ତେବେ ଏହି ବାତ୍ୟା ଆସାନୀର ଗତିପଥ ବିଶେଷଜ୍ଞମାନେ କରିଥିବା ପ୍ରାକ୍ ଆକଳନ ଅନୁଯାୟୀ ଏହା ପୁରୀରୁ ପାରାଦୀପ ଭିତରେ ସ୍ଥଳଭାଗ ଛୁଇଁପାରେ । ବାତ୍ୟା ବିଶେଷ ପ୍ରଭାବୀ ହେବନି । ପବନର ବେଗ ଘଣ୍ଟା ପ୍ରତି ୭୦କିମି ପାଖାପାଖି ରହିପାରେ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି । ଆକଳନ ଅନୁଯାୟୀ ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ବୁଧବାର ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଆସନ୍ତା ୫ ତାରିଖ ସକାଳୁ ଏହା ଲଘୁଚାପ ରୂପ ନେବ । କ୍ରମଶଃ ଘନୀଭୂତ ହୋଇ ଅବପାତ ଓ ପରେ ବାତ୍ୟା ରୂପ ନେବ । ୧୦ ତାରିଖ ସକାଳ ସୁଦ୍ଧା ଏହା ସ୍ଥଳଭାଗ ଛୁଇଁପାରେ । ତେବେ ଏହା ଅଧିକ ଘନୀଭୂତ ହେବନି । ଏଥିପାଇଁ ବଡ଼ ବାତ୍ୟା ହେବାର ଆଶଙ୍କା କମ୍ । ପୁରୀ ବା ପାରାଦୀପ ମଧ୍ୟରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ । ପବନର ବେଗ କିଲୋମିଟର ପିଛା ଘଣ୍ଟା ପ୍ରତି ୭୦କିମି ଭିତରେ ସୀମିତ ରହିବ ବୋଲି ପ୍ରଫେସର ପଶୁପାଳକ ଆକଳନ ଲଗାଇଛନ୍ତି । ଏହା ପ୍ରାକ୍ ଆକଳନ । ଲଘୁଚାପ ସୃଷ୍ଟି ହେଲା ପରେ ହିଁ ସ୍ପଷ୍ଟ ଚିତ୍ର ମିଳିବ ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……