ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟର ଗୁଜରାଟ ଉପକୂଳରେ ଲ୍ୟାଣ୍ଡଫଲ କରିଛି। ସନ୍ଧ୍ୟା ପ୍ରାୟ ୬.୪୫ରେ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହା ମଧ୍ୟରାତ୍ର ରେ ଶେଷ ହୋଇଥିବା ନେଇ ଭାରତୀୟ ପାଣିପାଗ ସୂଚନା ଦେଇଛି। ପ୍ରାୟ ୫ ଘଣ୍ଟା ଧରି ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ରହିଥିଲା। ଏହି ସମୟରେ ଏହା ଅତି ଭୟଙ୍କର ସାମୁଦ୍ରିକ ବାତ୍ୟାର ରୂପ ଧାରଣ କରିଥିଲା। ଆଇଏମଡିର ପୂର୍ବାନୁମାନ ଅନୁଯାୟୀ ଜଗୌ ବନ୍ଦର ନିକଟରେ ବାତ୍ୟା ସ୍ଥଳଭାଗ ଛୁଇଁଛି। ସ୍ଥଳଭାଗ ଛୁଇଁବା ସମୟରେ ଉପକୂଳ ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୧୪୫ କିମି ରହିଥିଲା। ପବନ ଯୋଗୁଁ ଅନେକ ସ୍ଥାନରେ ଗଛ ଓ ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ି ପଡ଼ିଥିବା ଦେଖାଯାଇଛି। ଭୁଜ୍ ଓ ଦ୍ୱାରକା ସମେତ ୯୪୦ ଗାଁରେ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ବାତ୍ୟା ଯୋଗୁ ଭୁଜ୍, ଗାନ୍ଧୀଧାମ, ଭାଚୁଆ, ମାଣ୍ଡଭି, ଜାମନଗର, ଭାବନଗର ଓ ପୋରବନ୍ଦରରେ ପ୍ରବଳ ବର୍ଷା ହୋଇଛି। ବିପର୍ଯ୍ୟୟକୁ ମୁକାବିଲା କରିବା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପୂର୍ବରୁ ତଳିଆ ଅଞ୍ଚଳରେ ରହୁଥିବା ୯୪ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ସେହିପରି ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଲାଗି ସେନାର ତିନି ବାହିନୀ ସହିତ ଏନଡିଆରଏଫ୍, ତଟରକ୍ଷୀ ବାହିନୀ ଓ ଏସଡିଆରଫ ଲାଗି ପଡିଛନ୍ତି।






More Stories
ନୀତଶଙ୍କ ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନ…..
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ: ୧୫ ମୃତ…..
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..