ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାତ୍ୟା ‘ଦାନା’ ପ୍ରଭାବରେ ୩ ଜିଲ୍ଲାରେ ବେଶୀ ପବନ ହେବ ବୋଲି ଗୁରୁବାର କହିଛନ୍ତି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱରରେ ବେଶୀ ପବନ ହେବ । ଏହି ୩ ଜିଲ୍ଲାରେ ୧୦୦ରୁ ୧୨୦ କିମି ବେଗରେ ପବନ ବହିପାରେ । ଏବେ ପାରାଦୀପଠାରୁ ୨ ଶହ କିମି ଦୂରରେ ଅଛି ବାତ୍ୟା । ଏଠାରେ ଏବେ ପବନର ବେଗ ୯୫ରୁ ୧୦୫ କିମି ରହିଛି । କ୍ରମେ ବଢିବ, ଆଜି ରାତିରୁ କାଲି ସକାଳ ଯାଏଁ ବେଶୀ ପବନ ବହିବ । ଖୋର୍ଦ୍ଧା, ପୁରୀ, ମୟୁରଭଞ୍ଜରେ ୬୦ ରୁ ୮୦ କିମି ପବନ ବହିବ । ବାତ୍ୟା ‘ଦାନା’କୁ ନେଇ ଆଇଏମଡି ଡିଜିଙ୍କ ପକ୍ଷରୁ ବଡ ସୂଚନା ମିଳିଛି । ଆଜି ରାତିରୁ କାଲି ପୂର୍ବାହ୍ନ ଯାଏଁ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ ହେବ । ସ୍ଥଳଭାଗ ସ୍ପର୍ଶ କରିବା ସମୟରେ ସମୁଦ୍ରରେ ଉଚ୍ଚ ଜୁଆର ଆସିପାରେ । କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର ଉପକୂଳରେ ଜୁଆର ଆସିବ । ଉକ୍ତ ୩ ଜିଲ୍ଲାରେ ୧ ରୁ ୨ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ । ଜଗତସିଂହପୁର ଜିଲ୍ଲାରେ ୧ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ । ଉକ୍ତ ଜିଲାରେ ନଦୀ ମଧ୍ୟରେ ମଧ୍ୟ ଜୁଆର ମାଡିଯିବ । ନଦୀରେ ପ୍ରାୟ ୩ କିମି ଉପର ଯାଏଁ ଜୁଆର ଆସିପାରେ ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……