ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଶ୍ରୀଲଙ୍କା ଉପକୂଳରେ କେନ୍ଦ୍ରୀଭୂତ ଗଭୀର ଅବପାତ ଆଜି ବାତ୍ୟାରେ ପରିଣତ ହୋଇଛି। ଏହି ବାତ୍ୟାର ନାମ ‘ଡିଟୱା’ ରହିଛି। ଉକ୍ତ ସାମୁଦ୍ରିକ ଝଡ଼ର ନାମକରଣ ୟେମେନ ଦେଶ କରିଛି। ଅନ୍ୟପଟେ ବାତ୍ୟା ‘ସେନ୍ୟାର’ ଆସନ୍ତା ୧୨ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂଚନାନୁସାରେ, ବାତ୍ୟା ଡିଟୱା ଘନୀଭୂତ ହୋଇ ଆସନ୍ତା ୩୦ତାରିଖ ସକାଳ ବେଳକୁ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଯାଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ତାମିଲନାଡୁ ଓ ପଣ୍ଡିଚେରୀ ଉପକୂଳ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ୧ ତାରିଖ ପର୍ଯ୍ୟନ୍ତ ତାମିଲନାଡୁରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୩୦ତାରିଖରେ ଉପକୂଳ ଆନ୍ଧ୍ରପ୍ରଦେଶ ଓ ରୟାଲସୀମାେର ପ୍ରବଳ ବର୍ଷା ହୋଇପାରେ। ତେବେ ଓଡ଼ିଶାରେ ଏହାର କୌଣସି ପ୍ରଭାବ ପଡ଼ିବା ସମ୍ଭାବନା ନାହିଁ ବୋଲି ଅନୁମାନ କରାଯାଉଛି।






More Stories
IAS ସ୍ତରରେ ଅଦଳବଦଳ…..
ସାମିଲ ହେବେ ଯୁବ ଓ କଟିଥିବା ଭୋଟର…..
ଝଡବର୍ଷା ସମ୍ଭାବନା…..