ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୫ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶା ଏବଂ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ, ସୋମବାର ବାଲେଶ୍ବର, ଚାନ୍ଦବାଲି, ପାରାଦ୍ବୀପ, ବାରିପଦା ଏବଂ କେନ୍ଦ୍ରାପଡ଼ାରେ ହାଲୁକା ବର୍ଷା ହୋଇଛି। ମଙ୍ଗଳବାର ଏବଂ ବୁଧବାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ,ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା ଏବଂ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡିକୁ ୟେଲୋୱାର୍ଣ୍ଣିଂ ଦିଆଯାଇଛି। ରାଜ୍ୟର ଅବଶିଷ୍ଟ ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।






More Stories
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ
ଆନ୍ଧ୍ରପ୍ରଦେଶରେ କୋଭିଡ ଆତଙ୍କ; ଗଞ୍ଜାମ ଜିଲ୍ଲାରେ ହାଇଆଲର୍ଟ…..
ଆଜି ନବଯୌବନ ଦର୍ଶନ…..