ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ । ଆସନ୍ତା କାଲି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ବାତ୍ୟାର ରୂପ ନେଇ ଉପକୂଳ ଆଡ଼କୁ ମାଡ଼ି ଆସିବ ବାତ୍ୟା ‘ଜୱାଦ’ । ଆସନ୍ତା ୪ ତାରିଖରେ ଓଡ଼ିଶା ଉପରେ ଏହାର ପ୍ରଭାବ ଅଧିକ ପଡ଼ିପାରେ । ବାତ୍ୟା ‘ଜୱାଦ’ କେଉଁ ଜାଗାରେ ଉପକୂଳ ଅତିକ୍ରମ କରିବ ତାହା ସ୍ପଷ୍ଟ ହେବ ବୋଲି କହିଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ବାତ୍ୟାକୁ ଦୃଷ୍ଟିରେ ରଖି ଆଗୁଆ ସତର୍କ ପଦକ୍ଷେପ ନିଆଯାଉଛି। ଏପରିକି ୯୫ ମେଲ୍ ଓ ଏକ୍ସପ୍ରେସ୍ ଟ୍ରେନ୍କୁ ବାତିଲ କରାଯାଇଛି । ଡିସେମ୍ବର ୩ ଓ ୪ ତାରିଖ ପାଇଁ ୯୫ଟି ମେଲ୍ ଓ ଏକ୍ସପ୍ରେସ୍ ଟ୍ରେନ୍କୁ ବାତିଲ୍ କରିଛି ପୂର୍ବତଟ ରେଲୱେ। ବାତ୍ୟା ନେଇ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ପୂର୍ବତଟ ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି । ପୁରୀ-ଗୁଣପୁର, ଭୁବନେଶ୍ୱର-ରାମେଶ୍ୱରମ୍, ହାୱଡା-ମହିଶୂର, ଭୁବନେଶ୍ୱର-ସିକନ୍ଦରାବାଦ୍, ବିଶାଖାପାଟନା-ରାୟଗଡ଼ା ଟ୍ରେନ୍ ଗୁଡ଼ିକୁ ବାତିଲ କରି ଦିଆଯାଇଛି । ସମ୍ଭାବ୍ୟ ବାତ୍ୟା ସମୟରେ ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏପରି ପଦକ୍ଷେପ ନିଆଯାଇଥିବା ଇଷ୍ଟ କୋଷ୍ଟ ରେଲୱେ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।






More Stories
ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ !…..
ସିଧା ଏନକାଉଣ୍ଟର…..
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..