ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦକ୍ଷିଣପୂର୍ବ ତତସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅତିଭୀଷଣ ବାତ୍ୟାରେ ପରିଣତ ହୋଇଛି ‘ମୋକା’ । ଏହା ପର୍ୟ୍ୟବେକ୍ଷଣ ଅନୁଯାୟୀ ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ବେଗ ୯କିମି ହାରରେ ଉତ୍ତରଆଡକୁ ଗତି କରୁଛି।୧୩.୨ ଡ଼ିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୮.୧ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ନିକଟରେ କେନ୍ଦ୍ରୀଭୂତ ରହିବା ସହ ପୋର୍ଟବ୍ଲେୟାର ଠାରୁ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ୫୨୦ କିମି , ବାଂଲାଦେଶର କକ୍ସ ବଜ଼ାର ଠାରୁ ଦକ୍ଷିଣଦକ୍ଷିଣ ପଶ୍ଚିମ ଦିଗରେ ୧୦୧୦ କିମି, ଏବଂ ମିଆଁମାରର ସ୍ୱଇଟେ ଠାରୁ ସମାନ ଦିଗରେ ୯୩୦ କିମି ଦୂରରେ ସକ୍ରିୟ ରହିଛି । ଏହା ଧୀରେ ଧୀରେ ଗତିର ଦିଗ ପରିବର୍ତ୍ତନ କରି ଉତ୍ତର ଉତ୍ତର-ପୂର୍ବ ଦିଗରେ ଗତି କରିବା ସହ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହା ଏକ ଅତି ଭୀଷଣ ବାତ୍ୟା ଭାବେ ୧୪ ତାରିଖ ମଧ୍ୟାହ୍ନ ସମୟରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଉତ୍ତର ମିଆଁମାର ଉପକୂଳକୁ କକ୍ସ ବଜାର (ବାଂଲାଦେଶ ) ଏବଂ କ୍ୟାୟପିୟୁ (ମିଆଁମାର) ମଧ୍ୟରେ ମିଆଁମାରର ସ୍ୱଇଟେ ନିକଟରେ ସ୍ଥାୟୀ ପବନ ଘଣ୍ଟାପ୍ରତି ୧୫୦ ରୁ ୧୬୦ ସର୍ବାଧିକ ୧୭୫କିମି ସହ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ।






More Stories
ଇସ୍ରାଏଲ ଗସ୍ତରେ ଯିବେ ମୋଦି…..
ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ…..
ବଢ଼ିବ ଟୋଲ୍ ଟ୍ୟାକ୍ସ !…..