ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁର୍ବଳ ହୋଇ ଘୂର୍ଣ୍ଣିଝଡ଼ରେ ପରିଣତ ହେଲା ବାତ୍ୟା ‘ମୋନ୍ଥା’। ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଭୟଙ୍କର ଘୂର୍ଣ୍ଣିଝଡ଼। ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘୂର୍ଣ୍ଣିଝଡ଼ରେ ପରିଣତ ହୋଇଛି।ଘଣ୍ଟାପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏବେ ନରସପୁର ଓ ମଛଲିପଟ୍ଟନମ ମଧ୍ୟରେ ଅଛି ‘ମୋନ୍ଥା’। କ୍ରମଶଃ ଆହୁରି ଦୁର୍ବଳ ହୋଇ ଗଭୀର ଅବପାତର ରୂପ ନେଇପାରେ।ବାତ୍ୟା ପ୍ରଭାବରେ ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଆଦି ୫ ଜିଲାକୁ ଭୀଷଣ ବର୍ଷା ନେଇ ରେଡ ୱାର୍ନିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି ଏବଂ ଅନ୍ୟ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ନଭେମ୍ବର ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳଗୁଡ଼ିକରେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମିରୁ ୫୦ କି.ମି ବେଗରେ ପବନ ବହିଥିଲା। ବୁଧବାର ସକାଳ ପର୍ଯ୍ୟନ୍ତ ସେହି ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୬୦ ରୁ ୭୦ କି.ମି. କିମ୍ବା ୮୦ କି.ମି. ବେଗରେ ବହିବାର ସମ୍ଭାବନା ରହିଛି। ଏହା ଧୀରେଧୀରେ ହ୍ରାସ ପାଇ ୩୦ ଅକ୍ଟୋବର ସକାଳେ ଘଣ୍ଟା ପ୍ରତି ୩୫ରୁ ୪୫ କି.ମି. ଏବଂ ୫୫କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।






More Stories
ରାଫେଲରେ ଉଡିଲେ ରାଷ୍ଟ୍ରପତି……
ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ……
ଦିଲ୍ଲୀରେ କୃତ୍ରିମ ବର୍ଷା ପ୍ରକ୍ରିୟା ଆରମ୍ଭ…..