ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟକୁ ଘାରିଛି ବାତ୍ୟା ଭୟ। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତାକାଲି ସୁଦ୍ଧା ଲଘୁଚାପ ଓ ୨୨ ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇପାରେ । ଅବପାତ ଘନୀଭୂତ ହୋଇ ବାତ୍ୟା ରୂପ ନେବା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । ତେବେ ଏହି ବାତ୍ୟାର ନାଁ ରହିବ ‘ସିତ୍ରାଙ୍ଗ’ । ଏଥର ଥାଇଲାଣ୍ଡ ଏହି ବାତ୍ୟାର ନାମକରଣ କରିଛି । ଏଯାଏଁ ବାତ୍ୟାର ଚିତ୍ର ସ୍ପଷ୍ଟ ହୋଇପାରି ନ ଥିବା ବେଳେ ଏହା କେଉଁ ଦିଗରେ ଗତି କରିବ, ତାହାର ତୀବ୍ରତା କେତେ ରହିବ, କେଉଁଠି ଲ୍ୟାଣ୍ଡଫଲ୍ କରିବ ତାହା ସ୍ପଷ୍ଟ ହୋଇପାରିନି । ଆସନ୍ତା ୨୪ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏହା ସମ୍ଭାବ୍ୟ ବାତ୍ୟା ରୂପ ନେବା ଆକଳନ କରୁଛି ଆଇଏମଡି । ତେବେ ୨୩ ତାରିଖ ସକାଳ ଯାଏଁ ରାଜ୍ୟରେ ବଡ ବର୍ଷାର ସମ୍ଭାବନା ନ ଥିବାରୁ ପାଣିପାଗ ବିଭାଗ ସ୍ପଷ୍ଟ କରିଛି ।






More Stories
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..