Report Card Odisha

| Daily Odia News

ଅବପାତର ରୂପ ନେଲା ବାତ୍ୟା‘ରିମାଲ’…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇଛି। ଆସନ୍ତାକାଲି ସକାଳ ସୁଦ୍ଧା ୨୪ଘଣ୍ଟାରେ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସନ୍ତା ୨୬ରେ ଭୀଷଣ ବାତ୍ୟା ରୂପ ନେଇପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ସାମ୍ଭାବ୍ୟ ବାତ୍ୟାର ନାମ ‘ରିମାଲ’ ରଖାଯାଇଛି। ବାତ୍ୟା ହେଲେ ତାହାର ପ୍ରଭାବ ଓଡ଼ିଶାରେ ସିଧାସଳଖ ପଡିବ ନାହିଁ। ବାଂଲାଦେଶ ଓ ତତସଲଗ୍ନ ପଶ୍ଚିମବଙ୍ଗ ଉପକୂଳ ମଧ୍ୟରେ ସାଗର ଦ୍ୱିପ ଓ ଖେପୁପରା ମଝିରେ ସ୍ଥଳଭାଗ ଛୁଇଁବ।ଏହାର ପ୍ରଭାବରେ ୨୬ ତାରିଖରେ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ , ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ୨୭ରେ ମଧ୍ୟଉତ୍ତର ଓଡ଼ିଶାରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି | ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି।


Breaking News