ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ବଳ ଗୋଟାଇ ବାଂଲାଦେଶ ମୁହାଁ ହୋଇଛି ବାତ୍ୟା ‘ସିତ୍ରଙ୍ଗ’। ବାତ୍ୟା ଘଣ୍ଟା ପ୍ରତି ୧୧ କିମି ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବସ୍ଥାନ କରିଛି। ପରେ ଏହା ମୋଡ଼ ବଦଳାଇ ଉତ୍ତର-ପୂର୍ବ ଦିଗରେ ଗତି କରି ଆସନ୍ତା ୨୫ ତାରିଖରେ ବାଂଲାଦେଶର ତିନ୍କୋନା ଓ ସାନଦୀପ ଅଞ୍ଚଳରେ ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାର ପ୍ରଭାବରେ ରାତିରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୪ରୁ ୨୫ ତାରିଖରେ ଓଡ଼ିଶା ଉପକୂଳ ଦେଇ ବାତ୍ୟା ଅତିକ୍ରମ କରିବା ସମୟରେ ବର୍ଷାର ପରିମାଣ ବଢ଼ିବା ସହ ପବନ ବି ବଢ଼ିବ। ତେଣୁ ୨୪ ତାରିଖରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର। ଏହାସହ ୨୫ ତାରିଖରେ ଉତ୍ତର ଉପକୂଳର ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହ ତଟବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୭୦ କିଲୋମିଟର ବେଗରେ ପବନ ବହିବାର ଆକଳନ କରିଛି ପାଣିପାଗ ବିଭାଗ। ଗୋପାଳପୁର, ପାରାଦୀପ, ପୁରୀ ଓ ଧାମରା ବନ୍ଦର ପାଇଁ ବିପଦ ସଂକେତ ଜାରି କରାଯାଇଛି






More Stories
ଆଜି ଖୋଲିବ ଭିତର ରତ୍ନଭଣ୍ଡାର…..
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..