ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତରେ ଆସୁଛନ୍ତି । ବାତ୍ୟା ‘ୟସ୍’ରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତି ପ୍ରଧାନମନ୍ତ୍ରୀ ଆକାଶମାର୍ଗରୁ ସମୀକ୍ଷା କରିବେ। ରାଜ୍ୟ ସରକାରଙ୍କ ସହ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା ମଧ୍ୟ କରିବେ । ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପୂର୍ବାହ୍ନ ସାଢ଼େ ୧୦ଟାରେ ପହଞ୍ଚିବେ । ସେଠାରେ ସେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ସ୍ଥିତିର ସମୀକ୍ଷା କରିବେ । ଏହାପରେ ସେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବାକୁ ଯିବେ । ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାର ସ୍ଥିତି ସେ ଆକାଶମାର୍ଗରୁ ଦେଖିବେ । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସାମିଲ ହେବେ ବୋଲି ସୂଚନା ମିଳିଛି । ଓଡ଼ିଶା ଗସ୍ତ ପରେ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗ ଯାଇ ବାତ୍ୟାଞ୍ଚଳ ପରିଦର୍ଶନ କରିବେ । ସେଠାରେ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗରେ ମଧ୍ୟ ଏକ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ନେଇ ସୂଚନା ମିଳିଛି |
More Stories
ପାକିସ୍ତାନର ଏଜେଣ୍ଡା ଜମ୍ମୁକଶ୍ମୀରରେ ଲାଗୁ ହେବ ନାହିଁ,କଂଗ୍ରେସ ଓ ପାକିସ୍ତାନର ଏଜେଣ୍ଡା ସମାନ…..
ଦୁର୍ଗାପୂଜାରେ ଲେଜର ଲାଇଟ ଓ ଫାୟାର ଗନ ମନା….
ନିର୍ମାଣ ହେବ ୧୧ ଏମଏସଏମଇ ପାର୍କ…..