ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାତ୍ୟା ୟାସ୍ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଆଇଏମଡ଼ି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ପ୍ରାୟ ୩ ରୁ ୪ ଘଣ୍ଟା ଲାଗିବ ଲ୍ୟାଣ୍ଡଫଲ ପ୍ରକ୍ରିୟା। ସ୍ଥଳ ଭାଗ ଆଡ଼କୁ ମାଡ଼ି ଆସୁଛି ଅତି ଭୀଷଣ ବାତ୍ୟା ୟାସ୍। ଉତ୍ତର ଧାମରା ଓ ଦକ୍ଷିଣ ବାଲେଶ୍ୱର ମଧ୍ୟରେ ଆଜି ଦ୍ୱିପହରରେ ସ୍ଥଳଭାଗ ଅତିକ୍ରମ କରିବ। ଲ୍ୟାଣ୍ଡଫଲ ସମୟରେ ପବନର ବେଗ ବଢିବ। ବାତ୍ୟା ଯୋଗୁଁ ବାଲେଶ୍ୱର ଓ ଭଦ୍ରକରେ ଅଧିକ କ୍ଷତି ହେବ ବୋଲି ଆଇଏମଡ଼ି ଡିଜି କହିଛନ୍ତି। ପବନର ବେଗ ୧୩୦ ରୁ ୧୪୦ କିମି ବେଗରେ ରହିଥିବା ନେଇ ସୂଚନା ମିଳିଛି। ତେବେ ବାତ୍ୟା ପ୍ରଭାବରେ ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ବର୍ଷା ଲାଗିରହିଛି। ଅନେକ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ିଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..