ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମେ ୪ ତାରିଖ ଆଡ଼କୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଜଳରାଶିରେ ଗୋଟାଏ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି | ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ମେ ୬ ତାରିଖରେ ଉପରୋକ୍ତ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ଭଳି ଜଣାପଡୁଛି। ଏଥିଯୋଗୁଁ ମେ ୫ ତାରିଖ ଦିନ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ତେଣୁ, ମେ ୪ ତାରିଖରୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତତ୍ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗର ମଧ୍ୟକୁ ପ୍ରବେଶ ନ କରିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଏହାଛଡ଼ା, ମେ ୪ ତାରିଖ ଦିନ ଦକ୍ଷିଣ ଆଣ୍ଡାମାନ ସାଗରରେ ଘଣ୍ଟାପ୍ରତି ୬୦ କିଲୋମିଟର୍ ଝୁଙ୍କ ସହ ୪୦ରୁ ୫୦ କିଲୋମିଟର୍ ବେଗରେ ବତାସ ପ୍ରବାହିତ ହୋଇପାରେ।






More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..