ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’। ବାତ୍ୟାଟି ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବେ ଗଭୀର ଅବପାତଟି ଆଜି ସକାଳେ ବାତ୍ୟାରେ ପରିଣତ ହୋଇଛି। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢୁଛି। ବାତ୍ୟାଟି ପାରାଦୀପଠୁ ୫୬୦ ଓ ସାଗରଦ୍ୱୀପରୁ ୬୩୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି।ଆସନ୍ତାକାଲି ଏହା ଭୀଷଣ ବାତ୍ୟାରେ ପରିଣତ ହୋଇ ଓଡ଼ିଶାର ପୁରୀ ଏବଂ ପଶ୍ଚିମବଙ୍ଗର ସାଗରଦ୍ୱୀପ ମଧ୍ୟରେ ଆସନ୍ତାକାଲି ରାତି କିମ୍ବା ୨୫ ପାହାନ୍ତା ଭିତରେ ଉପକୂଳ ଅତିକ୍ରମ କରିବ। ତେବେ ପ୍ରକୃତ ଲ୍ୟାଣ୍ଡଫଲ୍ ସ୍ଥଳ ଏଯାଏଁ ସ୍ପଷ୍ଟ କରିନି ଆଇଏମଡି।






More Stories
ବେଆଇନ ନିଯୁକ୍ତି ନେଇ ତାଗିଦ…..
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..