ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସମ୍ଭାବନା। ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି କ୍ରମେ ଏହା ଅବପାତ ରୂପ ନେବ। ଆସନ୍ତା ୨୯ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହେବା ପରେ ବାତ୍ୟା ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣି ପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକଳନ ଅନୁସାରେ, ଲଘୁଚାପ ଆସନ୍ତା ଡିସେମ୍ବର ୧ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ। ୪ ତାରିଖ ଯାଏଁ ଏହା ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ପରେ ଉତ୍ତର ଉତ୍ତର-ପୂର୍ବ ଦିଗକୁ ରିକର୍ଭ କରିବ। ଡିସେମ୍ବର ୫ ତାରିଖରେ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ମଧ୍ୟରେ ଅତିକ୍ରମ କରିପାରେ ବୋଲି ଆକଳନ କରାଯାଇଛି।






More Stories
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..
ଗର୍ଲଫ୍ରେଣ୍ଡକୁ ସୁଟକେଶରେ ପୁରାଇ ଦେଲେ…..
ଆରାବଳୀକୁ କାହାକୁ ଛୁଇଁବାକୁ ଦେବୁ ନାହିଁ……