ରିପୋର୍ଟ କାର୍ଡ / ଭୁବନେଶ୍ୱର
ସରକାରୀ କର୍ମଚାରୀଙ୍କ ପାଇଁ ଖୁସିର ଖବର । ରଜ ପୂର୍ବରୁ ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮%ରୁ ୪୨%କୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ୧.୧.୨୦୨୩ରୁ ପିଛିଲା ଭାବରେ ଲାଗୁ କରାଯାଇଛି। ସେହିପରି ସଂଶୋଧିତ ହାରରେ ପେନ୍ସନ ପାଉଥିବା ପେନ୍ସନଭୋଗୀଙ୍କ ଟି.ଆଇରେ ମଧ୍ୟ ୪% ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ସାଢ଼େ ତିନି ଲକ୍ଷ ପେନସନ୍ଭୋଗୀ ଉପକୃତ ହେବେ।






More Stories
ଡାଲମା ହାଣ୍ଡିରେ ବିଷାକ୍ତ ସାପ,୩୦ ଅସୁସ୍ଥ …..
ଫାଟିଲା ଗ୍ୟାସ୍ ସିଲିଣ୍ଡର; ଜଳିଲା ବଜାର….
ତହସିଲ୍ଦାରଙ୍କ ଘରେ ଭିଜିଲାନ୍ସ ରେଡ଼…..