ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀର ମାଉସୀ ମା ଛକରେ ଥିବା ରାମେଶ୍ୱର ମନ୍ଦିରର ଦଧିନଉତି ୬୦ ଫୁଟ ତଳକୁ ଖସି ପଡ଼ିଛି। ଘଡ଼ଘଡ଼ି ଓ ବିଜୁଳି ମାରିବାରୁ ଏଭଳି ଘଟଣା ଘଟିଥିବା ଜଣାପଡିଛି | ସୂଚନା ଅନୁଯାୟୀ, ଦିନ ପ୍ରାୟ ୧୦ଟା ୧୦ ମିନିଟ ସମୟରେ ରାମେଶ୍ୱର ମନ୍ଦିରର ଦଧିନଉତି ତଳକୁ ଖସି ପଡ଼ିଥିଲା। ସେଠାରେ ଉପସ୍ଥିତ ଥିବା ବ୍ରାହ୍ମଣ ଓ ପୂଜା କରିବାକୁ ଆସିଥିବା ଲୋକମାନେ ଏନେଇ ଭୟଭୀତ ହୋଇ ଯାଇଥିବା ବେଳେ ପରେ ଟେକ୍ନିକାଲ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ତେବେ ମନ୍ଦିରରେ କୌଣସି ଫାଟ ଥାଇପରେ ବୋଲି ଅନୁମାନ କରାଯାଉଛି। ବର୍ଷା ଛାଡ଼ିବା ପରେ ମନ୍ଦିରର କାର୍ଯ୍ୟ ଆରମ୍ଭ କରାଯିବ ବୋଲି କହିଛନ୍ତି ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଅଧିକାରୀ କହିଛନ୍ତି।






More Stories
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..