Report Card Odisha

| Daily Odia News

ଓଡ଼ିଶାରେ ପହଞ୍ଚିଲା ‘ଡାକୋଟା’…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶାରେ ପହଞ୍ଚିଛି ବିଜୁ ବାବୁଙ୍କ ବିମାନ ‘ଡାକୋଟା’ । ଆଜି ସକାଳୁ ବାଲେଶ୍ବର ଜିଲ୍ଲାର ଜଳେଶ୍ବର ଲକ୍ଷ୍ମଣନାଥ ଟୋଲ ଗେଟ ପାର କରିଛି। ୩ଟି ବଡ଼ ଲରିରେ ଏହି ବିମାନକୁ ଅଣାଯାଉଛି। କୋଲକାତା ବିମାନ ବନ୍ଦରରୁ ଭୁବନେଶ୍ବର ଅଣାଯିବା ପ୍ରକ୍ରିୟା ଗତକାଲିଠାରୁ ଆରମ୍ଭ ହୋଇଥିଲା।ତେବେ ସ୍ଥାନେ ସ୍ଥାନେ ଏହି ବିମାନ ଦେଖିବାକୁ ଲୋକଙ୍କ ଭିଡ ଲାଗିଥିବା ଦୃଷ୍ଟିଗୋଚର ହୋଇଛି। ଏରୋସ୍ପେସ୍ ରିସର୍ଚ୍ଚ ଡେଭଲପମେଣ୍ଟର ୧୦ଜଣିଆ ଟିମ୍ ୧୨ଦିନ ଧରି ଡାକୋଟାର ବିଭିନ୍ନ ଯନ୍ତ୍ରାଂଶ ଖୋଲିବା ପରେ ଏହାକୁ କାଠ ବାକ୍ସରେ ପ୍ୟାକିଂ କରାଯାଇଥିଲା । ଗତକାଲି ରାତିରେ କୋଲକତା ବିମାନବନ୍ଦରରେ ଦୁଇଟି ବଡ଼ ଲରିରେ ଏହିସବୁ ବାକ୍ସକୁ ଲୋଡିଂ କରି ଅଣାଯାଉଛି । ଯେପରି ବଡ଼ ଲରି ଯୋଗୁଁ ଟ୍ରାଫିକ୍ ସମସ୍ୟା ହେବନି ସେଥିପାଇଁ କୋଲକତାରୁ ସ୍ବତନ୍ତ୍ର ପାଟ୍ରୋଲିଂ ଭ୍ୟାନ୍ ଜରିଆରେ ଏହାକୁ ଭୁବନେଶ୍ବର ବିମାନବନ୍ଦରକୁ ଅଣାଯିବ। ଏଥିପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର ଜିଲ୍ଲା ପୁଲିସ ସମେତ କମିସନରେଟ୍ ପୁଲିସକୁ ବ୍ୟାପକ ବ୍ୟବସ୍ଥା କରିବାକୁ କୁହାଯାଇଛି।

Breaking News