Report Card Odisha

| Daily Odia News

‘ଦମନ’କୁ ମିଳିବ ଜାତୀୟ ଚଳଚ୍ଚିତ୍ର ପୁରସ୍କାର,ଋଷଭ ଶେଟ୍ଟୀ ଶ୍ରେଷ୍ଠ ଅଭିନେତା…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ / ଭୁବନେଶ୍ୱର

 ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଶୁକ୍ରବାର ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରିଛନ୍ତି। ଜାତୀୟ ପୁରସ୍କାର ଯେକୌଣସି ଚଳଚ୍ଚିତ୍ର ନିର୍ମାତାଙ୍କ ପାଇଁଏକ ବଡ଼ ସଫଳତା ଭାବେ ବିଚେନା କରାଯାଇଥାଏ। ଚଳିତ ଥର ସେହି ଚଳଚ୍ଚିତ୍ରଗୁଡ଼ିକ ପାଇଁ ଏହି ପୁରସ୍କାର ଘୋଷଣା କରାଯାଇଛି ଯେଉଁଗୁଡ଼ିକ ୧ ଜାନୁଆରୀ ୨୦୨୨ରୁ ୩୧ ଡିସେମ୍ବର ୨୦୨୨ ମଧ୍ୟରେ ଫିଲ୍ମ ସେନ୍ସର ବୋର୍ଡ ଦ୍ୱାରା ସେନ୍ସର ସାର୍ଟିଫିକେଟ୍ ଦିଆଯାଇଛି। ନିର୍ଦ୍ଦେଶକ-ଅଭିନେତା ଋଷଭ ଶେଟ୍ଟୀଙ୍କ ଫିଲ୍ମ’କାନ୍ତାରା’, କନ୍ନଡ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରୁ ୨୦୨୨ ମସିହାରେ ଏହାର ପୁରାଣ ଆଧାରିତ କାହାଣୀ ସହିତ ସିନେମା ପ୍ରଶଂସକଙ୍କ ହୃଦୟ ଜିତିଥିଲା । ଏହି ଚଳଚ୍ଚିତ୍ର ଦେଖିବା ଦିନଠାରୁ ଲୋକମାନେ ଏହାକୁ ଜାତୀୟ ପୁରସ୍କାର ପାଇଁ ଏକ ଫେଭରେଟ ବୋଲି କହୁଥିଲେ। ମନୋଜ ବାଜପେୟୀଙ୍କ ଗୁଲମୋହର ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ପୁରସ୍କାର ପାଇଛି। ଏହା ସହିତ ମାଲାୟାଲମ୍ ସିନେମାର କିମ୍ବଦନ୍ତୀ ଅଭିନେତାମାନଙ୍କ ମଧ୍ୟରେ ଗଣାଯାଉଥିବା ଅଭିନେତା ମାମୁଟ୍ଟି ମଧ୍ୟ ତାଙ୍କର ଦୁଇଟି ଶ୍ରେଷ୍ଠ ଚଳଚ୍ଚିତ୍ର ପାଇଁ’ଶ୍ରେଷ୍ଠ ଅଭିନେତା’ ବର୍ଗରେ ଜଣେ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ ଭାବରେ ବିବେଚିତ ହୋଇଥିଲେ। ମାଲାୟାଲମ୍ ଚଳଚ୍ଚିତ୍ର ଆଟ୍ଯମ ପାଇଁ ଆନନ୍ଦ ଏକାର୍ଶି ଶ୍ରେଷ୍ଠ ସ୍କ୍ରିନ୍ ସ୍କ୍ରିପ୍ଟ ପୁରସ୍କାର ଲାଭ କରିଛନ୍ତି। ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ତିରୁଚିଟ୍ରମ୍ବଲମ୍ ପାଇଁ ନିତ୍ୟା ମେନେନ୍ ଏବଂ କୁଚ୍ଛ ଏକ୍ସପ୍ରେସ ପାଇଁ ମାନସୀ ପାରେଖଙ୍କ ହାସଲ କରିଛନ୍ତି। ସୋରାଜ ବାରଜିତ୍ୟ ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର ଲାଭ କରିଛନ୍ତି। ଭାଲଭି ଶ୍ରେଷ୍ଠ ମରାଠୀ ଚଳଚ୍ଚିତ୍ର ପୁରସ୍କାର ପାଇଛି। ସେହିପରି ଓଡ଼ିଆ ଫିଲ୍ମ ‘ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ମନୋନୀତ କରାଯାଇଛି। ଫିଲ୍ମର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ। ଏଥିରେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀ ପ୍ରତିଫଳିତ ହୋଇଛି। ଡାକ୍ତରୀ ପାଠ ଶେଷ କରିବା ପରେ ଡାକ୍ତରଙ୍କର ପୋଷ୍ଟିଂ ହୁଏ ମାଲକାନଗିରି ଜିଲ୍ଲାର ଉପାନ୍ତ ଅଞ୍ଚଳରେ। ମୌଳିକ ସୁବିଧା ସୁଯୋଗର ଅଭାବ, ପୁଣି ନକ୍ସଲ ଉପଦ୍ରୁତ ଏହି ଅଞ୍ଚଳରେ ଯୁବ ଡାକ୍ତରଜଣକ କିଭଳି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଛନ୍ତି ଓ ଏଥିପାଇଁ ତାଙ୍କୁ କ’ଣ ସବୁ ଆହ୍ବାନର ସାମ୍ନା କରିବାକୁ ପଡ଼ୁଛି, ତାହା ଦେଖିବାକୁ ମିଳିଛି। ଏହାର କାହାଣୀ ଓ ଚିତ୍ରନାଟ୍ୟ ଲେଖିବା ସହିତ ନିର୍ଦ୍ଦେଶନା ଦେଇଛନ୍ତି ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା। ପ୍ରଯୋଜନା କରିଛନ୍ତି ଦୀପେନ୍ଦ୍ର ସାମଲ। ଜେପି ୱାର୍ଲଡ୍ସ୍ମିଥ୍ ଓ ବାପୁ ଗୋସ୍ବାମୀଙ୍କ ରଚିତ ଗୀତଗୁଡ଼ିକୁ ସଂଗୀତରେ ସଜାଇଛନ୍ତି ଗୌରବ ଆନନ୍ଦ ଓ ତାଙ୍କ ଟିମ୍। ଦୀପେନ୍ଦ୍ର ସାମଲ ଫିଲ୍ମର ପ୍ରଯୋଜକ। ଏଥିରେ ଓଲିଉଡର ଲୋକପ୍ରିୟ ନାୟକ ବାବୁସାନଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିଥିଲା।

Breaking News