Report Card Odisha

| Daily Odia News

ଆଜି ମହାପ୍ରଭୁଙ୍କୁ ଓଷୁଅ ଲାଗି ହେବ…..

ରିପୋର୍ଟ କାର୍ଡ / ପୁରୀ

ସାନ୍ନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଅଣସର ଘରେ ଜ୍ୱରରେ ପୀଡିତ ଅଛନ୍ତି ମହାପ୍ରଭୁ ଜଗନ୍ନାଥ । ଶ୍ରୀଜିଉଙ୍କ ଜ୍ୱର ଉପଶମ ପାଇଁ ଶ୍ରୀମନ୍ଦିରରେ ଗୁପ୍ତ ସେବା ଜାରି ରହିଛି। ଗତକାଲି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଫୁଲୁରୀ ତେଲ ଲାଗି ହେବା ପରେ ସାମାନ୍ୟ ସୁସ୍ଥ ହୋଇଛନ୍ତି । ଆଜିଠାରୁ ନବମୀ ତିଥି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଠାରେ ଓଷୁଅ ଲାଗି ହେବାର ଵିଧି ରହିଛି । ଆଜି ମଧ୍ୟାହ୍ନ ଧୂପ ପରେ ସୁଦ୍ଧଶୁଆର ମାନେ ପ୍ରସ୍ତୁତ କରିଥିବା ଝୁଣା, ତେଲ ଓ ବିଭିନ୍ନ ଚେର ମୂଳିରେ ପ୍ରସ୍ତୁତ ଔଷଧକୁ ଦଇତାପତି ସେବକମାନେ ଶ୍ରୀଜିଉଙ୍କ ଅଙ୍ଗରେ ଲଗାଇବେ। ଆଜିଠୁ ତିନିଦିନ ଧରି ମହାପ୍ରଭୁଙ୍କୁ ଓଷୁଅ ଲାଗି କରାଯିବ । ଷଷ୍ଠୀ ଠାରୁ ନବମୀ ତିଥି ପର୍ଯ୍ୟନ୍ତ ଏହି ଔଷଧ ଲାଗି କରାଯିବ। ଫଳରେ କିଛି ମାତ୍ରାରେ ଶ୍ରୀଜିଉ ଜ୍ୱରରୁ ଉପଶମ ପାଇବେ। ଦଶମୀ ଦିନ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ମୋଦକ ଖାଇବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ଉପଶମ ହେବେ ।

Breaking News