ରିପୋର୍ଟ କାର୍ଡ / ଭୁବନେଶ୍ୱର
କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ଘଟଣାରେ ଆଜି ଦୟାଲ ଆଶ୍ରମକୁ ସିଲ୍ କରିଛି କ୍ରାଇମ୍ବ୍ରାଞ୍ଚ ଟିମ୍ । ଏହାସହିତ ଆଶ୍ରମର ଘର ଭିତରୁ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ କ୍ରାଇମ୍ବ୍ରାଞ୍ଚକୁ ମିଳିଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ମାନସ ସ୍ୱାଇଁ ହତ୍ୟା ଘଟଣାରେ ତଦନ୍ତ ଭାର ଏବେ କ୍ରାଇମ୍ବ୍ରାଞ୍ଚ କରୁଛି । ହତ୍ୟା ମାମଲାର ଛାନ୍ଭିନ୍ କରୁଛି କ୍ରାଇମ୍ବ୍ରାଞ୍ଚ । ଏହିକ୍ରମରେ ଆଜି କ୍ରାଇମ୍ବ୍ରାଞ୍ଚ ଏକ ଟିମ୍ ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମକୁ ଯାଇ ତଦନ୍ତ ଆରମ୍ଭ କରିଥିଲା । କ୍ୟାମେରାମ୍ୟାନ୍ ମାନସ ସ୍ବାଇଁଙ୍କୁ କେମିତି ହତ୍ୟା କରାଯାଇଥିଲା । ମୃତଦେହକୁ କିଭଳି କାର ପର୍ଯ୍ୟନ୍ତ ନେଇଥିଲେ ହତ୍ୟାକାରୀ । ଯେଉଁ ରୁମରେ ମାନସଙ୍କୁ ମାଡ ମରାଯାଇଥିଲା ଏବଂ ହତ୍ୟା କରାଯାଇଥିଲା ସେଠାରେ ଛାନଭିନ୍ କରିଛି ତଦନ୍ତକାରୀ ଟିମ୍ । ମାନସ ମୃତଦେହକୁ କାର୍ ପର୍ଯ୍ୟନ୍ତ କେମିତି ନେଇଥିଲେ ଶର୍ମିଷ୍ଠା ଏବଂ କୋ । ସେଠାରୁ କେଉଁ ରାସ୍ତା ଦେଇ ରଣପୁର ଜଙ୍ଗଲ ନେଇଥିଲେ ଏବଂ ପୋତିଥିଲେ ତାର ମଧ୍ୟ ଥ୍ରିଡି ଫୋରେନସିକ୍ ଯାଞ୍ଚ କରିଛି କ୍ରାଇମବ୍ରାଞ୍ଚ । ତେବେ ଏହି ଯାଞ୍ଚ ସମୟରେ କ୍ରାଇମ୍ବ୍ରାଞ୍ଚ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଥିବା ଅନୁମାନ କରାଯାଉଛି । ଏହାପରେ ତୁରନ୍ତ ପଦକ୍ଷେପ ନେଇ କ୍ରାଇମ୍ବ୍ରାଞ୍ଚ ଉକ୍ତ ଦୟାଲ ଆଶ୍ରମକୁ ସିଲ୍ କରିଛି ।
More Stories
ଆଜି ବିଜୟ ରୂପାଣିଙ୍କ ଅନ୍ତିମ ସଂସ୍କାର…..
ସବୁ ସ୍ବାସ୍ଥ୍ୟକେନ୍ଦ୍ରକୁ ହାଇଆଲର୍ଟ ରହିବାକୁ ନିର୍ଦ୍ଦେଶ…..
୨୦ ରୁ ଖୋଲିବ ବିଦ୍ୟାଳୟ….