ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାୟକଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ଭୁବନେଶ୍ୱରର ଏକ ଘରୋଇ କଲେଜରେ ଯୁକ୍ତ ଦୁଇ ଛାତ୍ରୀ ଥିଲେ। ସେ ମୟୂରଭଞ୍ଜ ଜିଲ୍ଲାର ଜଣେ ବିଧାୟକଙ୍କ ଝିଆରୀ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁସରେ- ଗତକାଲି ବିଧାୟକଙ୍କ ଝିଆରୀ ସାରି ଖାଇପିଇ ନିଜ ରୁମ୍ରେ ଶୋଇଥିଲେ। ଆଜି ସକାଲେ କବାଟ ନ ଖୋଲିବାରୁ ପରିବାର ଲୋକଙ୍କର ସନ୍ଦେହ ହୋଇଥିଲା। ଏନେଇ ପରିବାର ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି କବାଟ ତାଡ଼ି ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଥିଲା ଓ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏହା ଆତ୍ମହତ୍ୟା ବୋଲି କୁହାଯାଉଥିବା ବେଳେ କେଉଁ କାରଣ ପାଇଁ ବିଧାୟକ ଝିଆରୀ ଏମିତି ଏକ ପଦକ୍ଷେପ ନେଲେ ତାହା ଜଣାପଡ଼ି ନାହିଁ।






More Stories
ନୀତୀଶ ହେବେ ଉପ-ପ୍ରଧାନମନ୍ତ୍ରୀ !…..
ଦିଲ୍ଲୀରେ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ…..
କିଭ୍ ଉପରେ ରୁଷ୍ର ଆକ୍ରମଣ; ୩୦ମୃତ…..